ଛତିଶଗଡ଼ ରାଇପୁରର ଚେରି ଖେଡି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୭ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ଜଣଙ୍କ ଅବସ୍ଥା ଗୁରୁତର ।
ଗଞ୍ଜାମରୁ ଶ୍ରମିକଙ୍କୁ ନେଇ ଗୁଜରାଟର ସୁରତ ଯାଉଥିବା ଏକ ବସ୍ ରାଇପୁରର ଚେରି ଖେଡି ନିକଟରେ ଟ୍ରକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଆଜି ଭୋର ସମୟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି।
