କୁଲତା ସମାଜ ପାଇଁ ୩କୋଟି ମଞ୍ଜୁର କଲେ ରାଜ୍ୟ ସରକାର

ପ୍ରତିବର୍ଷ କୁଲତା ସମାଜର ଲକ୍ଷାଧିକ ଲୋକ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ଆସିଥାନ୍ତି ।ସେମାନଙ୍କ ରହଣି ଓ ଅନ୍ୟାନ୍ୟ ଧାର୍ମିକ କାର୍ଯ୍ୟକ୍ରମ ନିମନ୍ତେ ଏକ ଧର୍ମଶାଳା ପ୍ରତିଷ୍ଠା ପାଇଁ ଜମି ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ କୁ ଦାବି କରିଥିଲେ। ଗତ ୨୮ରେ ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଅନୁରୋଧ କରିଥିଲେ । ମୁଖ୍ୟମନ୍ତ୍ରୀ ଏଥିପାଇଁ ତୁରନ୍ତ ପଦକ୍ଷେପ ନେବାକୁ କୁଲତା ସମାଜକୁ ପ୍ରତିଶ୍ରୁତି ଦେଇଥିଲେ । ଏବଂ ସେହି ପ୍ରତିଶ୍ରୁତିକୁ ଆଖି ଆଗରେ ରଖି କୁଲତା ସମାଜ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପୁରୀର ସୁନାମୁହିଁ ମଉଜାରେ ଏକ ଏକର ଜମି ଚିହ୍ନଟ କରାଯାଇଛି। ଏହା ସହିତ ପ୍ରସ୍ତାବିତ ଧର୍ମଶାଳା ପାଇଁ ସ୍ବତନ୍ତ୍ର ସମସ୍ୟା ପାଣ୍ଠିରୁ ମୁଖ୍ୟମନ୍ତ୍ରୀ ୩କୋଟି ଟଙ୍କା ମଞ୍ଜୁର କରିଛନ୍ତିି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।