ପ୍ଲାଜମା ଦାନ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କରୋନାର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପମାନ ଗ୍ରହଣ କରୁଥିବା ବେଳେ ସୁସ୍ଥ ହେଉଥିବା ଲୋକଙ୍କୁ ପ୍ଲାଜମା ଦାନ କରିବାକୁ ଉତ୍ସାହିତ କରୁଛନ୍ତି । ଏହି ସମୟରେ ବିଭିନ୍ନ ନେତା ଓ ମନ୍ତ୍ରୀମାନେ ମଧ୍ୟ କରୋନାରୁ ସୁସ୍ଥ ହେବା ପରେ ପ୍ଲାଜମା ଦାନ କରିବା ବେଳେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ଲାଜମା ଦାନ କରିଛନ୍ତି ।

କଟକ ଏସସିବି ମେଡିକାଲରେ ପହଞ୍ଚି କେନ୍ଦ୍ରମନ୍ତ୍ରୀ ପ୍ଲାଜମା ଦାନ କରିଛନ୍ତି । ତେବେ ଆଜି ପ୍ଲାଜମା ଦାନ କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୂର୍ବରୁ ଘୋଷଣା କରିଥିଲେ ।