ହକି ବିଶ୍ୱକପ୍ ପାଇଁ ସର୍ବଦଳୀୟ ବୈଠକ

୨୦୨୩ ପୁରୁଷ ବିଶ୍ବକପ୍‌ ହକି ଆୟୋଜନ ଏବଂ ସୁପରିଚାଳନା ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନର କନ୍‌ଭେନସେଣ୍ଟର ଠାରେ ଅନୁଷ୍ଠିତ ହୋଇଯାଇଛି। ହକି ମହୋତ୍ସବର ସଫଳତା ପାଇଁ ସବୁ ରାଜନୈତିକ ଦଳର ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ବିଶ୍ବକପ୍‌ ହକି ୨୦୨୩ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କୁ ଆମନ୍ତ୍ରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ବିଶ୍ବକପ୍‌ ହକି ପ୍ରସ୍ତୁତିରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଥିଲେ। ବିଶ୍ବକପ୍ ହକିର ଆୟୋଜନରେ କେବଳ ଓଡ଼ିଶା ନୁହେଁ ସାରା ଦେଶର ସମ୍ମାନ ଜଡିତ ସେଥିପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତିି। ଦ୍ବିତୀୟ ଥର ବିଶ୍ବକପ୍‌ର ଆୟୋଜନ ସାରା ବିଶ୍ବରେ ଓଡିଶାର ପ୍ରତିଷ୍ଠା ବୃଦ୍ଧି କରିଛି ବୋଲି ମତ ଦେଇ କ୍ରୀଡାର ଉନ୍ନତି ଦିଗରେ ସରକାରଙ୍କ ଉଦ୍ୟମ ପାଇଁ ସାଧୁବାଦ ଜଣାଇଥିଲେ । ବୈଠକରେ ଯୋଗ ଦେଇଥିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏଭଳି ଆୟୋଜନ ପାଇଁ ରାଜ୍ୟ ସରକାରଙ୍କର ପ୍ରଶଂସା କରିଥିଲେ । ଏତଦ୍‌ବ୍ୟତୀତ କ୍ରମାଗତଭାବେ ଦୁଇ ଥର ବିଶ୍ବକପ୍‌ ହକି ଆୟୋଜନ ଭଳି ବିରଳ ଘଟଣାକୁ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ଦେବା, ଉଭୟ ଭୁବନେଶ୍ବର-ରାଉରକେଲାର ସ୍ବଚ୍ଛତା ପାଇଁ ନାଗରିକ ମାନଙ୍କୁ ସାମିଲ କରିବା, ସ୍ଥାନୀୟ ଓଡିଆ ଖେଳର ପ୍ରସାର କରିବା, ରାଉରକେଲା-ଭୁବନେଶ୍ବର ରେଳପଥକୁ ହକି ପାଇଁ ବ୍ରାଣ୍ଡିଂ କରିବା ଆଦି ବିଭିନ୍ନ ସୁଚିନ୍ତିତ ମତାମତ ଦେଇ କେନ୍ଦ୍ରସରକାରଙ୍କ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ । ରାଜ୍ୟର ସବୁ ଜିଲ୍ଲାରେ ହକି ଷ୍ଟାଡିଅମ ନିର୍ମାଣ କରିବା ପାଇଁ ପ୍ରସ୍ତାବ ଦେଇଥିଲେ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ।

all party meeting

କ୍ରୀଡା ମନ୍ତ୍ରୀ ତୁଷାର କାନ୍ତି ବେହେରା, ୫ଟି ସଚିବ ଭିକେ ପାଣ୍ଡିଆନ୍, କଂଗ୍ରେସ ଦଳର ଉପସଭାପତି ସନ୍ତୋଷ ସିଂ ସାଲୁଜା, ବିଜୁ ଜନତା ଦଳର ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ ଓ ଦେବୀପ୍ରସାଦ ମିଶ୍ର, ବିଜେଡିର ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ, ବିଜେପିର ରାଜ୍ୟ ସଭାପତି ସମୀର ମହାନ୍ତି, ସିପିଆଇର ସାଧାରଣ ସଂପାଦକ ରାମକୃଷ୍ଣ ପଣ୍ଡା, ବିଧାୟକ ତାରାପ୍ରସାଦ ବାହିନୀପତି, ବିଧାୟକ ଲକ୍ଷ୍ମଣ ମୁଣ୍ଡା, ସିପିଆର ଅଳିକିଶୋର ପଟ୍ଟନାୟକ, ଅଭୟ ସାହୁ, ସମାଜବାଦୀ ପାର୍ଟିର ରାଜ୍ୟ ସଭାପତି ରବି ବେହେରା, ଆପ୍‌ର ରାଜ୍ୟ ଆବାହକ ନିଶିକାନ୍ତ ମହାପାତ୍ର, ଆରଜେଡିର ସଭାପତି ହେମନ୍ତ କୁମାର ପ୍ରମୁଖ ଭାଗ ନେଇ ସେମାନଙ୍କର ସୁଚିନ୍ତିତ ମତାମତ ଦେଇଥିଲେ ।