ଆଜିଠୁ ଛେଚିବ ବର୍ଷା ପୁଣି ଲଘୁଚାପ !

ପାଣିପାଗ ବିଭାଗ ସୂଚନା ଆଜିଠୁ ଲଘୁଚାପ ସୃଷ୍ଟି ହେବା ପରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ପ୍ରକୋପ ବଢ଼ିବ। ବର୍ଷାର ପ୍ରଭାବ ୫ଦିନ ପର୍ଯ୍ୟନ୍ତ ଲାଗିରହିବ। ଏଥିପାଇଁ ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ ୨୮ତାରିଖ ପାଇଁ ୟେଲୋ ୱାର୍ନିଂ ଜାରି ହୋଇଛି। ୨୫ରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଓ ଢ଼େଙ୍କାନାଳରେ ପ୍ରବଳରୁ ଅତି ପ୍ରବଳ ଏବଂ ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ପୁରୀ, କନ୍ଧମାଳ ଓ ବୌଦ୍ଧରେ ପ୍ରବଳ ବର୍ଷା ହେବ। ୨୬ରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, ଢ଼େଙ୍କାନାଳ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ଅନୁଗୋଳରେ ପ୍ରବଳରୁ ଅତି ପ୍ରବଳ ଏବଂ ସୁନ୍ଦରଗଡ଼, ପୁରୀ, ଖୋର୍ଦ୍ଧା, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଓ ବଲାଙ୍ଗୀରରେ ପ୍ରବଳ ବର୍ଷା ହେବ। ୨୭ରେ ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ ଓ ବଲାଙ୍ଗୀରରେ ପ୍ରବଳରୁ ଅତି ପ୍ରବଳ ଏବଂ ଯାଜପୁର, ଭଦ୍ରକ, ଢ଼େଙ୍କାନାଳ, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡିରେ ପ୍ରବଳ ବର୍ଷା ହେବ। ୨୮ରେ ନୂଆପଡ଼ା, ସୁନ୍ଦରଗଡ଼, ବରଗଡ଼, ବଲାଙ୍ଗୀର, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ନବରଙ୍ଗପୁର ଓ କେନ୍ଦୁଝରରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସହିତ ଉତ୍ତର ବଙ୍ଗୋପସାଗର ଓ ଏହାର ଉପକୂଳ ଅଞ୍ଚଳରେ ୪୦ରୁ ୫୦କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଆସନ୍ତା ୨୫ରୁ ୨୭ତାରିଖ ମଧ୍ୟରେ ମତ୍ସ୍ୟଜୀବୀ ସମୁଦ୍ରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରିଦିଆଯାଇଛି।