ମହିଳା ଉଦ୍ୟୋଗୀ ଅଧିବେଶନରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ , ମେକ୍ ଇନ୍ ଓଡିଶା ।

ଭୁବନେଶ୍ବରରେ ଚାଲିଥିବା ମେକ୍‌ ଇନ୍ ଓଡିଶା କନକ୍ଲେଭରେ ଆଜି ମହିଳା ଉଦ୍ୟୋଗୀ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୨୧ ରେ ଆରମ୍ଭ ହୋଇଥିବା ମିଶନ ଶକ୍ତି ଆଜି ଓଡ଼ିଶାର ୭୦ଲକ୍ଷ ସଶକ୍ତ ମା ମାନଙ୍କ ପାଇଁ ଏକ ମହାଶକ୍ତି ହୋଇଛି । ବିଜେଡି ସରକାର ପାଇଁ ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନ୍ ନୁହେଁ ନାରୀ ମାନଙ୍କୁ ଉଦ୍ୟୋଗୀ କରିବା ଲକ୍ଷ୍ୟ ରଖେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୋର ଦୃଢ ବିଶ୍ବାସ,ମା ଭଉଣୀ ମାନେ ଅଆ ସଶକ୍ତ ନହେଲେ କୌଣସି ପରିବାର, କୌଣସି ସାମାଜ, କୌଣସି ରାଜ୍ୟ ବା କୌଣସି ଦେଶ ଆଗକୁ ବଢ଼ି ପାରିବ ନାହିଁ। ଓଡ଼ିଶାରେ ୬ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠି କାମ କରୁଛନ୍ତି ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । SHG ମାନଙ୍କୁ SME ରେ ରୂପାନ୍ତର କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ। ମିଶନ ଶକ୍ତିକୁ ଆଉ ଦୁଇ ପାଦ ଆଗେଇବା ପାଇଁ ମା ମାନଙ୍କୁ ବିନା ସୁଧରେ ପାଞ୍ଚ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦେବା ସଂକ୍ରାନ୍ତୀୟ ରାଜ୍ୟସରକାର ନିଷ୍ପତ୍ତି ନେଇଛନ୍ତି । ଯାହା ଦ୍ଵାରା ଓଡିଶାର ଲକ୍ଷ ଲକ୍ଷ ମା ମାନେ ଉପକୃତ ହେବା ସହ ଆତ୍ମ ନିର୍ଭରଶୀଳ ହୋଇପାରିଛନ୍ତି ‌।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ପାଞ୍ଚ ବର୍ଷରେ ପାଞ୍ଚ ହଜାର କୋଟି ଟଙ୍କାର କାମ, ମା ମାନଙ୍କୁ ଦେବା ପାଇଁ ଓଡିଶା କ୍ୟାବିନେଟ ନିଷ୍ପତ୍ତି ନିଆଯାଇଛି ଓ ଏହାଦ୍ଵାରା ପ୍ରାୟ ଏକ ଲକ୍ଷ SHG ଉପକାର ପାଇଛନ୍ତି। ମିଶନ ଶକ୍ତି ଫେଡେରେସନ ମାନଙ୍କୁ ଆହୁରି ମଜବୁତ କରିବା ଓ ସେମାନଙ୍କୁ ସକ୍ରିୟ ଆର୍ଥିକ କେନ୍ଦ୍ର (vibrant financial hub) ରେ ପରିଣତ କରିବା ଆମର ଲକ୍ଷ୍ୟ ବୋଲି ଉଲ୍ଲେଖ କରି ପ୍ରତି ଜିଲ୍ଲା ଫେଡେରେସନ କୁ ଏକ କୋଟି ଟଙ୍କାର ରିଭଲ୍ଭିଂ ପାଣ୍ଠି, ପ୍ରତି ବ୍ଲକ ସ୍ତରରେ ଫେଡେରେସନକୁ ପଚାଶ ଲକ୍ଷ ଟଙ୍କାର ରିଭଲ୍ଭିଂ ପାଣ୍ଠି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେହିପରି ପଞ୍ଚାୟତ ସ୍ତରରେ ଥିବା ଫେଡେରେସନ ପାଇଁ ମାର୍କେଟ କମପ୍ଲେକ୍ସ ସହ ସ୍ଵତନ୍ତ୍ର ଅଫିସ ଘର ମଧ୍ଯ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ମହିଳା ମାନଙ୍କୁ ଉଦ୍ୟୋଗୀ କରିବା ଲକ୍ଷ୍ୟ କୁ ସାକାର କରିବା ପାଇଁ ତିରିଶଟି ଜିଲ୍ଲାରେ ମାଇକ୍ରୋ, ମିନି ଶିଳ୍ପ ପାର୍କ କରାଯିବ ବୋଲି ମଧ୍ଯ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମିଶନ ଶକ୍ତି ବିଭାଗର ଏକ କଫି ଟେବୁଲ ବୁକ, Mission Shakti – Scaling Up ଉନ୍ମୋଚନ କରିଥିଲେ ଏବଂ କଟକ ମା ତାରେଣୀ ଏସଏଚଜିର କବିତା ସାହୁ, ସୁନ୍ଦରଗଡ଼ ଦିବ୍ୟଜ୍ୟୋତି ଏସଏଚଜିର ପ୍ରେମା ଦାସ ଓ ନୂଆପଡା ବନଦୁର୍ଗା ଏସଏଚଜିର ଗାୟତ୍ରୀ ସୁନାଇଙ୍କୁ ସମ୍ମାନିତ କରିଛନ୍ତି । ସେହିପରି ଏସଏଚଜି ମାନଙ୍କୁ ରୁଣ ଦେବାରେ ଭଲ କାମ କରିଥିବା ଓଡିଶା ଗ୍ରାମ୍ୟ ବ୍ୟାଙ୍କ, ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଓ ୟୁକୋ ବ୍ୟାଙ୍କକୁ ସମ୍ବର୍ଦ୍ଧିତ କରିଥିଲେ। କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ ତାଙ୍କ ଉଦବୋଧନରେ ମା ମାନଙ୍କ ବିକାଶ ପାଇଁ ନିଆଯାଇଥିବା ପଦକ୍ଷେପ ଉପରେ ଆଲୋକପାତ କରିଥିଲେ । ମିଶନ ଶକ୍ତି ସଚିବ ଶ୍ରୀମତୀ ସୁଜାତା କାର୍ତ୍ତିକେୟ ସ୍ଵାଗତ ଭାଷଣ ଦେଇଥିଲେ । ବିଭାଗୀୟ ନିର୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।