ଅଭିନେତ୍ରୀ ଝରଣା ଦାସ ଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ନବୀନ

ଓଡ଼ିଆ ଚଳଚ୍ଚିତ୍ର ଜଗତର ସ୍ୱନାମଧନ୍ୟ ଅଭିନେତ୍ରୀ ଝରଣା ଦାସ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି ।ସ୍ଵର୍ଗତ ଝରଣା ଦାସଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣନା କରିବା ସହ ଆକାଶବାଣୀ ସହିତ ଉଭୟ ମଞ୍ଚ ଓ ଚଳଚ୍ଚିତ୍ର ରେ ବିଭିନ୍ନ ଭୂମିକାରେ ତାଙ୍କର ପ୍ରଭାବଶାଳୀ ଅଭିନୟ ତାଙ୍କୁ ବିପୁଳ ଲୋକପ୍ରିୟତା ଆଣି ଦେଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଝରଣା ଙ୍କ ସ୍ଵର ଏବଂ ଚମତ୍କାର ଅଭିନୟ ତାଙ୍କୁ ଜଣେ କିମ୍ବଦନ୍ତୀ ଅଭିନେତ୍ରୀ ଭାବରେ ଅଜସ୍ର ସୁନାମ ଦେଇଥିଲା।ତାଙ୍କର ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ତଥା ସାଂସ୍କୃତିକ,ଜଗତ ରେ ବିରାଟ ଶୂନ୍ୟତା ସୃଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହିତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍ ଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।ସ୍ଵର୍ଗତଃ ଝରଣା ଦାସ ଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି .