🌹꧁ ଆଜିର ରାଶିଫଳ꧂🌹

🌹꧁ ଆଜିର ରାଶିଫଳ꧂🌹

ତା ୮/୧୧/୨୨(ମଙ୍ଗଳବାର) ✧═══•❁❀❁•═══✧
🌹ମେଷ🌷👉 : ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।
✧═════•❁❀❁•═════✧
🌹ବୃଷ🌷👉 : ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।ବ୍ୟବସାୟ ବାଣିଜ୍ୟରେ ଆସାତିତ ଲାଭ ହେବ।
✧═════•❁❀❁•═════✧
🌹ମିଥୁନ🌷👉 : ପୂର୍ବରୁ ବିରୁଦ୍ଧରେ ଥିବା ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ । ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମର ଫଳ ମିଳିପାରିବ । ଶତ୍ରୁ ଅପସରି ଯିବେ । କିନ୍ତୁ ଆପଣ ନିଜ କ୍ରୋଧ ଉପରେ ଅକ୍ତିଆର ରଖିବାକୁ ହେବ । ଏବେ ଖୁସିର ସମୟ ଆସିଗଲାଣି ।
✧═════•❁❀❁•═════✧
🌹କର୍କଟ🌷👉 : କିଛି ବ୍ୟକ୍ତିଗତ ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ । ଏହି ସମସ୍ୟା ଆପଣଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରିବ । ଏହି ସମସ୍ୟାକୁ ଆପଣ ସାହସର ସହିତ ମୁକାବିଲା କରନ୍ତୁ ଏବଂ ଆପଣଙ୍କୁ ବିଜୟ ସୁନିଶ୍ଚିତ ମିଳିବ ।
✧═════•❁❀❁•═════✧
🌹ସିଂହ 🌷👉: ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା ।ଯାତ୍ରାକରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।
✧═════•❁❀❁•═════✧
🌹କନ୍ୟା🌷👉 : ଅବାଞ୍ଛିତ ଭାବେ ଉଚ୍ଚଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବେ । ଯଦି ଆପଣଙ୍କୁ ଆପଣଙ୍କ କାର୍ଯ୍ୟରେ କୌଣସି ପ୍ରକାରର ସମସ୍ୟା ଦେଖାଯାଏ ତା` ହେଲେ ନିଜ ଅଧିକାରୀଙ୍କୁ ନିଶ୍ଚିତ ଜଣାନ୍ତୁ । ତାଙ୍କୁ କାର୍ଯ୍ୟାଳୟର ପରିବେଶଟିକୁ ଭଲ କରିବା କଥା କୁହନ୍ତୁ ।
✧═════•❁❀❁•═════✧
🌹ତୁଳା🌷👉 : ଆଜି ବ୍ୟୟ ବୃଦ୍ଧି ହେଲେହେଁ ଆପଣଙ୍କର ପରିବାର ଲୋକଙ୍କ ପାଇଁ ଖୁସିର ଦିନ ଅଟେ କାରଣ ଆପଣ ଆଜି ସେମାନଙ୍କ ସହିତ ସମୟ କଟାଇବେ । ପରିବାରର ସମସ୍ତେ ଏକ ହେବାର ଏବେ ସମୟ ଅଟେ । ବୋଧହୁଏ ଆପଣ ବାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି ।
✧═════•❁❀❁•═════✧
🌹ବିଛା🌷👉 : ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁ ନାହିଁ ।
✧═════•❁❀❁•═════✧
🌹ଧନୁ🌷👉 : ଆଜି ଶାରୀରିକ କଷ୍ଟ ସହ ଆପଣ ନିଜକୁ କୁସଙ୍ଗରେ ପାଇବେ, ଯଦ୍ୱାରା ଆପଣଙ୍କର ଭାବମୂର୍ତ୍ତି ନଷ୍ଟ ହୋଇପାରେ । ଏବେ ଆପଣ ସତର୍କହୋଇ ଚାଲନ୍ତୁ ,କାରଣ ମଣିଷ ତା.ର ସଂଗତିରୁ ହିଁ ଜଣାଯାଏ । କୁସଙ୍ଗ ଯୋଗରେ ଆପଣ କ୍ଷତି ସହି ପାରନ୍ତି ।
✧═════•❁❀❁•═════✧
🌹ମକର🌷👉 : ଆଜିର ଦିନ ଆୟ ବର୍ଦ୍ଧକ ସହ ନୂଆ ବନ୍ଧୁ କରିବାର ଦିନ ଅଟେ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟି କରନ୍ତୁ । ଆପଣ କିଛି ନୂଆ ବନ୍ଧୁ କରି ପାରିବେ । କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗର ଦ୍ୱାର ଖୋଲି ପାରେ ।
✧═════•❁❀❁•═════✧
🌹କୁମ୍ଭ🌷👉 : ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ଆସାକରିବେ କିନ୍ତୁ ମିଳିପାରିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ । ଆପଣଙ୍କର ସବୁ କଥାରେ ବାଧା ରହିବ ଓ ଆକସ୍ମିକ ଅର୍ଥବ୍ୟୟ ହେବାର ଯୋଗ ରହିଛି ।
✧═════•❁❀❁•═════✧
🌹ମୀନ🌷👉 : ଆଜି ଆପଣ କୌଣସି ସାମାଜିକ ସମାରୋହ ପରେ ନିଜ ଘରକୁ ସଜାଡିବାରେ ଲାଗି ଯିବେ । ଘରକୁ ଠିକ୍ ଠାକ୍ କରନ୍ତୁ । କିଛି ଆରାମ ମଧ୍ୟ କରନ୍ତୁ । ଆପଣ ସମାରୋହର ଖୁବ୍ ମଜ୍ଜା ନିଅନ୍ତୁ । କିନ୍ତୁ ନିଜ ଦାୟୀତ୍ୱ ସବୁ ତୁଲାଇବାର ସମୟ ଆଜି ।

ରାହୁଗ୍ରସ୍ତ ଗ୍ରସ୍ତୋଦୟ ଚନ୍ଦ୍ର ଗ୍ରହଣ
(08/11/ 20022ତାରିଖ ମଙ୍ଗଳବାର କାର୍ତ୍ତିକ ପୁର୍ଣିମା )

ଗ୍ରହଣ ସ୍ପର୍ଶ👉 ଦିବା ଘ02/39/14ସେକେଣ୍ଡ , ଗ୍ରହଣ ଓଡିଶାକୁ ଦୃଶ୍ୟ- ସନ୍ଧ୍ୟା ଘ 5/06/29ସେକେଣ୍ଡ

ଗ୍ରହଣ ମୋକ୍ଷ👉 ସନ୍ଧ୍ୟା ଘ 06/19/05 ସେକେଣ୍ଡ, ପୁରୀକୁ ଗ୍ରହଣ ଦୃଶ୍ୟ ଅବଧି- ଘ 01/12/36 ସେକେଣ୍ଡ

🕉️ଦେବନୀତି, ପାକତ୍ୟାଗ ଅନ୍ନଭୋଜନ ଇତ୍ୟାଦି ନିଷେଧ 👇

ଗ୍ରହଣ ସ୍ପର୍ଶର 9ଘଣ୍ଟା ପୂର୍ବରୁ ଅର୍ଥାତ ମଙ୍ଗଳବାର ପ୍ରାତଃ ଘ5/39 ଠାରୁ ମଙ୍ଗଳବାର ସନ୍ଧ୍ୟା ଘ06/19 ପର୍ଯ୍ୟନ୍ତ କୌଣସି ପୂଜା ପାଠ, ଦେବନୀତି,ପାକତ୍ୟାଗ ଅନ୍ନଭୋଜନାଦି କରିବା ନିଷେଧ

ବିଶେଷ ଦ୍ରଷ୍ଟବ୍ୟ:- ବାଳକ ବୃଦ୍ଧ ରୋଗୀଙ୍କ ପକ୍ଷେ ନିୟମ ଧରାଯିବ ନାହିଁ, ଗର୍ଭିଣୀ ନାରୀ ଗ୍ରହଣକୁ ଦେଖିବା ନିଷେଧ ଉକ୍ତ ସମୟରେ ଘରେ ବସି କୋଳରେ ଗୋଟିଏ ଶ୍ରୀଫଳ ରଖି ଗ୍ରହ ରୂପୀ ଜନ୍ନାର୍ଦନ କୋଟି ଓଡ଼ିଆ ର ମଉଡମଣୀ ମୋହା ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ମନେ ମନେ ସ୍ମରଣ କରିବା ଉଚିତ, ସନ୍ଧ୍ୟା ଘ06/19 ମିନିଟ ପରେ ସାନ୍ନାଦି କର୍ମ ସାରି ଚନ୍ଦ୍ର ଦର୍ଶନ କରି ଦେବପୂଜା ପାକକର୍ମ ଓ ଅନ୍ନାଦି ଭୋଜନ କରଣୀୟ

ଗ୍ରହଣ ଦର୍ଶନେ- ମିଥୁନ, କର୍କଟ,ସିଂହ, ତୁଳା,ବିଛା, ଧନୁ, କୁମ୍ଭ ଓ ମୀନ ରାଶିଙ୍କ ପାଇଁ ଶୁଭ ପ୍ରଦ (ଖାଲି ଆଖିରେ ଦର୍ଶନ ବର୍ଜନୀୟ )