ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫ଟି ସଚିବ ଭିକେ ପାଣ୍ଡିଆନ୍ ଆଜି ସକାଳେ ପୁରୀ କୋଣାର୍କ ଓ କାକଟପୁର ଗସ୍ତରେ ଯାଇ ବିଭିନ୍ନ ବିକାଶ କାମ ବୁଲି ଦେଖିବା ସହ ମା ମଙ୍ଗଳାଙ୍କ ପୀଠର ଉନ୍ନତିକରଣ ସମ୍ପର୍କରେ ସେବାୟତ ଓ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲେ । ଜଗନ୍ନାଥ ସଂସ୍କୃତିରେ ମା ମଙ୍ଗଳାଙ୍କ ପୀଠର ସ୍ଵତନ୍ତ୍ର ମହତ୍ତ୍ୱ ରହିଛି । ବିଶେଷ କରି ନବକଳେବର ସମୟରେ ଦାରୁ ଅନ୍ୱେଷଣ କାର୍ଯ୍ୟ ମାଆଙ୍କ ନିର୍ଦ୍ଦେଶରେ କରାଯାଇଥାଏ ବୋଲି ବିଶ୍ବାସ ରହିଛି । ଏତଦବ୍ୟତୀତ ଓଡ଼ିଶାର ପ୍ରମୂଖ ଶକ୍ତିପୀଠ ଭାବରେ ମାଁ ମଙ୍ଗଳା ପୀଠ ଓଡ଼ିଶାର ଘରେ ଘରେ ପରିଚିତ । ପ୍ରତିଦିନ ହଜାର ହଜାର ଭକ୍ତ ମା ଙ୍କ ଦର୍ଶନପାଇଁ କାକଟପୁର ଆସିଥାନ୍ତି ।
ମନ୍ଦିର ଜଳନିଷ୍କାସନ, ପାର୍କିଂ ସୁବିଧା, ଯାତ୍ରୀଙ୍କ ସୁବିଧା , ପ୍ରାଚୀନଦୀ ଘାଟର ଆଦିର ଉନ୍ନତିକରଣ ପାଇଁ ପଦକ୍ଷେପମାନ ଗ୍ରହଣ କରାଯାଇଛି । ଏଥି ନିମନ୍ତେ ସେବାୟତ ସ୍ଥାନୀୟ ଲୋକ ଓ ଟ୍ରଷ୍ଟି ମାନଙ୍କ ସହ ଆଲୋଚନା କରି ବିସ୍ତ୍ରୁତ ଯୋଜନା ପନ୍ଦର ଦିନ ମଧ୍ୟରେ ପ୍ରସ୍ତୁତ କରିବା ନିର୍ଦ୍ଦେଶ ଦେଇଥିଲେ ।

ଏହା ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରାଯିବ ବୋଲି ଶ୍ରୀ ପାଣ୍ଡିଆନ୍ ପ୍ରକାଶ କରିଥିଲେ ଏବଂ ଜଗନ୍ନାଥ ମହାବାହୁଙ୍କୁ ମଧ୍ୟ ଦର୍ଶନ କରିଥିଲେ ୫ଟି ସଚିବ ଭିକେ ପାଣ୍ଡିଆନ୍ । ଦର୍ଶନ ପରେ ପରିକ୍ରମା ପ୍ରକଳ୍ପ ବୁଲି ଦେଖିଥିଲେ । ପରେ ସେ କୋଣାର୍କ ଓ ଚନ୍ଦ୍ରଭାଗା ବେଳାଭୂମିର ବିକାଶ କାମ, କୋଣାର୍କ ଚନ୍ଦ୍ରଭାଗା ରାଜ୍ୟ ରାଜପଥର ସମ୍ପ୍ରସାରଣ ଓ ନୂଆ ରିଂରୋଡ କାମ ଅନୁଧ୍ୟାନ କରିଥିଲେ ଓ କାମର ଅଗ୍ରଗତି ମଧ୍ୟ ସମୀକ୍ଷା କରିଥିଲେ । କୋଣାର୍କ ଚନ୍ଦ୍ରଭାଗା ରାଜପଥ ସମ୍ପ୍ରସାରଣ କାମ ୨୦୨୩ଏପ୍ରିଲ ସୁଦ୍ଧା ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସଚିବ। ଏହି ଗସ୍ତ ସମୟ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା , ପୁରୀ ଏସପି ଏବଂ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।